ଆଇଏଏସସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୩/୮: ଆଇଏଏସ୍ ସ୍ତରରେ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ଅରବିନ୍ଦ ପାଢ଼ୀ ହେଲେ କୃଷି ଓ କୃଷକ ସଶକ୍ତୀକରଣ ସଚିବ । ସେପଟେ ଅରବିନ୍ଦଙ୍କୁ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ତେବେ ବିଷ୍ଣୁପଦଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଅରବିନ୍ଦଙ୍କୁ ମିଳିଛି ନିଯୁକ୍ତି । ସଂଜୟ କୁମାର ସିଂହ ହେଲେ ଗ୍ରାମ୍ୟ ଉନ୍ନୟନ ସଚିବ । ସଂଜୟଙ୍କୁ I&PR ସଚିବ, ବିଡିଏ ଭିସି ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି । ଅଶ୍ୱଥି. ଏସ୍ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ।