ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର,୧୪/୯: ରାଜ୍ୟ ସରକାର ଆଜି ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି । ନିକୁଞ୍ଜ ଧଳଙ୍କୁ ଅବକାରୀ ବିଭାଗର ମୁଖ୍ୟ ସଚିବ ପଦ ମିଳିଥିବା ବେଳେ ଅରବିନ୍ଦ ପାଢୀଙ୍କ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ମୁଖ୍ୟ ସଚିବ ଦାୟୀତ୍ୱ ଦିଆଯାଇଛି । ସେହିଭଳି ସୁରେଶ କୁମାର ବିଶିଷ୍ଠଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦର ସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଆଇଏଏସ ଶୁଭା ଶର୍ମାଙ୍କୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ସଚିବ ଦାୟୀତ୍ୱ, ଭାସ୍କର ଜ୍ୟୋତି ଶର୍ମା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସଚିବ ହୋଇଥିବା ବେଳେ ଶାଳିନୀ ପଣ୍ଡିତଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗର ସଚିବ ପଦ, ଗୁହାପୁନମ ତାପସ କୁମାର ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ପଦ ଓ ବୃନ୍ଦା ଡିଙ୍କୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ପଦ ମିଳିଛି । ଏହାସହ ସଂଜୟ କୁମାର ମିଶ୍ର ଓପିଟିସିଏଲର ପରିଚାଳନା ନିର୍ଦ୍ଦେଶକ ପଦ ପାଇଛନ୍ତି ଓ ସରୋଜ କୁମାର ମିଶ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ପଦ ମିଳିଛି ।