ପୁରୀରେ ବାହାର ରାଜ୍ୟର ପର୍ଯ୍ୟଟକଙ୍କ ଉପରେ କଟକଣା ଲାଗୁ

ପୁରୀ, ୬/୪: ଦେଶରେ ଏବେ ପୁଣିଥରେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ତେଣୁ ସବୁ ସ୍ଥିତିକୁ ଦ୍ରୁଷ୍ଟିରେ ରଖି ପୁରୀରେ ବାହାର ରାଜ୍ୟର ପର୍ଯ୍ୟଟକଙ୍କ ଉପରେ କଟକଣା ଲାଗୁ ହୋଇଛି। କରୋନା ସଂକ୍ରମିତ ୧୨ ରାଜ୍ୟର ପର୍ଯ୍ୟଟକଙ୍କ ପାଇଁ ଏହି କଟକଣା ଲାଗୁ କରାଯାଇଛି । ଏହାସହ ବାହାର ରାଜ୍ୟର ପର୍ଯ୍ୟଟକଙ୍କ ପାଇଁ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ ରହିଛି। ୭୨ ଘଣ୍ଟା ପୂର୍ବରୁ ଆରଟିପିସିଆର ଟେଷ୍ଟ ନେଗେଟିଭ ରିପୋର୍ଟ  ନ ଆଣିଲେ ଆଇସୋଲେସନରେ ରହିବେ । ସବୁ ସ୍ଥିତି ସମୀକ୍ଷା ପରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା ।