ହିଞ୍ଜିଳିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୨/୦୮: ଗଞ୍ଜାମ ହିଞ୍ଜିଳି ସ୍ଥିତ ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ସହ ତେଲ ଟ୍ୟାଙ୍କର ଧକ୍କା ହୋଇଛି । ରାସ୍ତା କଡ ଚା ଦୋକାନ ଉପରକୁ ମାଡିଯାଇଛି ଦୁଇ ଦୁର୍ଘଟଣାଗ୍ରସ୍ତ ଗାଡ଼ି। ଏହି ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଚା ଦୋକାନରେ ଚା ପିଉଥିବା ୩ଜଣ ଓ ବସର ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଯାତ୍ରୀ ବାହି ବସଟି ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିବା ବେଳେ ତେଲ ଟ୍ୟାଙ୍କର ଟି ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା। ସମର ଝୋଳ ଛକରେ ତେଲ ଟ୍ୟାଙ୍କର ଟି ଏକ ଟ୍ରକକୁ ଓଭରଟେକ୍ କରି ଯିବାକୁ ଚେଷ୍ଟା କରୁଥିବା ବେଳେ ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ରାସ୍ତାକଡ ଚା ଦୋକାନ ଆଡ଼କୁ ମାଡି ଯାଇଥିଲେ। ବସ୍ ତଳେ ଚାପି ହୋଇ ଚା ପିଉଥିବା ୩ଜଣଙ୍କ ସମେତ ୪ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।