ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ

ଭୁବନେଶ୍ୱର,୯/୬: ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ମନ୍ତ୍ରୀମଣ୍ଡଳରୁ ବାଦ ଦେବା ନେଇ ରାଜ୍ୟପାଳଙ୍କୁ ସୁପାରିଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭାଗୀୟ ସମୀକ୍ଷା ପରେ ରୋହିତ ପୂଜାରୀଙ୍କ ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ଅସନ୍ତୁଷ୍ଟ ଥିବା କୁହାଯାଉଛି । ରୋହିତ ପୂଜାରୀ ମନ୍ତ୍ରୀମଣ୍ଡଳରୁ  ବାଦ ପଡ଼ିବା ପରେ ତାଙ୍କ ସ୍ଥାନରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ  ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।