ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମଦିନ, ସାରା ଦେଶରେ ପାଳିତ ହେଉଛି ରନ୍ ଫର ୟୁନିଟି କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୩୧/୧୦: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମଦିନ । ଏହି ଅବସରରେ ସାରା ଦେଶରେ ପାଳିତ ହେଉଛି ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ।  ଗୁଜୁରାଟ ଏକତା ନଗରରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକରେ ଏକତା ଗଣଦୌଡରେ ସାମିଲ ହୋଇଥିଲେ ।