ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପ-ବାଚସ୍ପତି

ଭୁବନେଶ୍ୱର,୨୧/୧୧: ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପ-ବାଚସ୍ପତି । ସାଲୁଗା ପ୍ରଧାନ ନିଦ୍ୱନ୍ଦ୍ୱରେ ବିଧାନସଭାର ଉପ-ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କୁ ଉପ-ବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ସମସ୍ତ ବିରୋଧୀ ଓ ଶାସକ ଦଳର ସଦସ୍ୟଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି  । ଗତକାଲି ଉପ-ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ ସାଲୁଗା ପ୍ରଧାନ । ନିଦ୍ୱନ୍ଦ୍ୱରେ ଉପ-ବାଚସ୍ପତିଙ୍କୁ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।