ଭୁବନେଶ୍ୱର, ୦୪/୦୩: ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ସ୍କୁଲ । ଏନେଇ ସମସ୍ତ ଜିଲ୍ଲା ଅଧିକାରୀଙ୍କୁ ଚିଠି ଲେଖିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାସ୍ତ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ଦୀର୍ଘ ବର୍ଷ ହେଲା ପାଳନ ହୋଇଆସୁଥିଲା । ତେବେ ଚଳିତବର୍ଷ ରାଜ୍ୟ ସରକାର ମାର୍ଚ୍ଚ ୫ ବଦଳରେ ଏପ୍ରିଲ ୨୪ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ମାର୍ଚ୍ଚ ୫ରେ କେବଳ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳନ ହେବ । ହେଲେ ସରକାରୀ ଛୁଟିକୁ ବାତିଲ କରାଯାଇଛି ।