ସମ୍ଭାବ୍ୟ ବାତ୍ୟା ନେଇ ୧୪ ଜିଲ୍ଲାରେ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୧/୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଟି ଜିଲ୍ଲାରେ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ସେଗୁଡ଼ିକ ହେଉଛନ୍ତି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ସୂଚନାଯୋଗ୍ୟ ଯେ ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Leave a Reply

Your email address will not be published. Required fields are marked *