ଅବପାତ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ, ମାଲକାନଗିରି ଓ ଗଂଜାମରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୧୦/୦୯: ଅବପାତ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ। ଏହାସହ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ପାଇଁ ୬ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି । ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସୁନ୍ଦଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଅବପାତର ଏହି ସବୁ ଜିଲ୍ଲା ଦେଇ ଗତି କରୁଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୩ ଘଣ୍ଟା ପାଇଁ ଆଲର୍ଟ ଜାରି କରାଯାଇଛି । ସେହିପରି ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ଦେବଗଡ଼, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଆଜି ପାଇଁ ମାଲକାନଗିରି ଓ ଗଂଜାମ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ । ଆଜି ଏହି ଦୁଇ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଅବପାତ ପ୍ରଭାବରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା ପରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।

Leave a Reply

Your email address will not be published. Required fields are marked *