ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ବଦଳିବ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ

ଭୁବନେଶ୍ୱର,୧୧/୦୭: ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିବ । ହଂଟର ଗ୍ରୀନ୍ ରଙ୍ଗର ପୋଷାକ ପିନ୍ଧିବେ ଛାତ୍ରଛାତ୍ରୀ । ଛାତ୍ରଙ୍କ ପାଇଁ ଫୁଲ ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ ଲାଗି ଚୁଡିଦାର-ପଞ୍ଜାବୀ ସହ ଜ୍ୟାକେଟ୍ ପୋଷାକ ରହିଛି । ଡ୍ରେସରେ ଏକ ଲୋଗୋ ‘ଆମେ ଗଢିବୁ ନୂଆ ଓଡ଼ିଶା’ ରହିବ । ସପ୍ତାହର ୫ ଦିନ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧିବେ । ଶନିବାର ଛାତ୍ରଛାତ୍ରୀ ଟି-ସାର୍ଟ ଓ ଟ୍ରାକ୍ ପ୍ୟାଣ୍ଟ ପିନ୍ଧି ବିଦ୍ୟାଳୟକୁ ଆସିବେ ।ଛାତ୍ରଛାତ୍ରୀଙ୍କ ପାଇଁ ଜୋତା ଓ ଧଳା ମୋଜା ବାଧ୍ୟତାମୂଳକ ହୋଇଛି । ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ଏହାକୁ ବଣ୍ଟନ କରାଯିବ । ଆସନ୍ତା ଅଗଷ୍ଟ ୧୫ରେ ସ୍କୁଲରେ ନୂଆ ୟୁନିଫର୍ମ ବଣ୍ଟନ ହେବ ।