ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ୍ ଆତଙ୍କ, ପୁଣି ୭ ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬/୦୯: ଏବେ ସୁନ୍ଦରଗଡ଼ରେ ଆତଙ୍କ ଖେଳେଇଛି ସ୍କ୍ରବ ଟାଇଫସ୍ । ପୁଣି ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା  ୧୬୯ ରହିଛି । ରାଜ୍ୟରେ ଏହା ସର୍ବାଧିକ ବୋଲି କୁହାଯାଉଛି । ଗତ ଜାନୁଆରି ୧ରୁ ସେପଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ତେବେ ଏହା ଏବେ ଚିନ୍ତାଜନକ ରହିଛି । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ୱାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ । ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସାଧାରଣତତଃ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଥାଏ ।