ଓଡିଶାରେ ଗଡିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୨୪/୦୯: ରାଜ୍ୟରେ ଗଡିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ଭିଡିଓ କନଫେରେନ୍ସିଂ ଜରିଆରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ରେଳ ଷ୍ଟେସନରେ ଉପସ୍ଥିତ ରହି ସବୁଜ ପତାକା ଦେଖାଇବା ପରେ ଗଡିଛି ବନ୍ଦେ ଭାରତ ଏକ୍ସପ୍ରେସ ।ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, କଟକ, ଢେଙ୍କାନାଳ, ତାଳଚେର ରୋଡ, ଅନୁଗୁଳ, ରେଢ଼ାଖୋଲ, ସମ୍ବଲପୁର ଓ ଝାରସୁଗୁଡ଼ା ଷ୍ଟେସନରେ ରହିବ । ଏହି ଟ୍ରେନରେ ଯାତ୍ରୀଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି । ଆଜି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ସହ ସାରା ଦେଶରେ ଅନ୍ୟ ୮ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ।