ଶ୍ରାବଣ ଚତୁର୍ଥ ସୋମବାର, ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ

ଭୁବନେଶ୍ୱର,୧୨/୦୮: ଶ୍ରାବଣ ଚତୁର୍ଥ ସୋମବାରରେ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ । ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଜଳ ଲାଗି ପାଇଁ ଲାଗିଛି କାଉଡ଼ିଆଙ୍କ ଭିଡ଼।  ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ।ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ ଲିଙ୍ଗରାଜ, ପୁରୀର ମହାପ୍ରଭୁ ଲୋକନାଥ, ଢେଙ୍କାନାଳର କପିଳାସ, କଟକର ଧବଳେଶ୍ୱର, ଭଦ୍ରକ ଆରଡ଼ିର ଆଖଣ୍ଡଳମଣୀ ଓ ନୟାଗଡ଼ର ଲଡ଼ୁବାବାଙ୍କ ପୀଠ ଭଳି ପ୍ରମୁଖ ଶୈବପୀଠରେ ବଡ଼ି ଭୋରରୁ କାଉଡ଼ିଆମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିଛନ୍ତି। ଶ୍ରାବଣ ମାସରେ ମହାଦେବଙ୍କୁ ଜଳ ଲାଗି ଗଲେ ମାନସିକ ପୂରଣ ହୁଏ ବୋଲି ପୌରାଣିକ ବିଶ୍ୱାସ ରହିଛି। ଅନ୍ୟପଟେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡ଼ିକରେ ପୁଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।