ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ଶିବଶଙ୍କର ଦାସ

ଭୁବନେଶ୍ୱର,୧୪/୦୫: ଗିରଫ ହେଲେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ । ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ତାଙ୍କୁ ଗିରଫ କରାଯାଇଛି । ସେ ଆକ୍ରମଣ କରିିଥିବା ନେଇ ଅଭିଯୋଗ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ଗତକାଲି ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଦାସ । ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା । ପ୍ରଥମେ ଏମକେସିଜି ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବା ପରେ ତାଙ୍କ ଏମ୍ସ ସ୍ଥାନାନ୍ତରିତ କରାଯାଇଛି । ଗୋଷାଣୀ ନୂଆଗାଁର ସରକାରୀ ଉତ୍କଳ ମଣି ହାଇସ୍କୁଲ ସ୍ଥିତ ୧୩୩ ଓ ୧୩୪ ନମ୍ବର ବୁଥରେ ପୋଲିସ ସହ ପ୍ରଦୀପ କଥା ହେଉଥିଲେ । ଏହି ସମୟରେ କୌଣସି ଏକ ଘଟଣାକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ କଥା କଟିକଟିରୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ଅଭିଯୋଗ ହୋଇଥିବା ବେଳେ ଆକ୍ରମଣ ବେଳର ସିସିଟିଭି ଭିଜୁଆଲ ସାମ୍ନାକୁ ଆସିଥିଲା।