ଆଜି ଠାରୁ ୪ ମାସ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ଭୁବନେଶ୍ୱର,୧୬/୦୬: ଆଜି ଠାରୁ ୪ ମାସ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ବର୍ଷା ଋତୁ ଆସୁଥିବରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପାଇଁ ଅଭୟାରଣ୍ୟକୁ ବନ୍ଦ ରଖାଯିବ । ଏନେଇ ସୂଚନା ଦେଇଛନ୍ତି ଉତ୍ତର ଶିମିଳିପାଳର ଏସିଏଫ୍ । ବର୍ଷା ଆସିଲେ ଶିମିଳିପାଳ ଅଭୟାରଣ୍ୟ ଭିତର ମାଟିରାସ୍ତା ଓ ପୋଲ ବିପଦପୂର୍ଣ୍ଣ ହୋଇଯାଏ । ଏଣୁ ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ । ବର୍ଷା କମିବା ପରେ ଆଭ୍ୟନ୍ତରୀଣ ରାସ୍ତା ଓ ପୋଲର ମରାମତି କରାଯାଇ ନଭେମ୍ବରରେ ପର୍ଯ୍ୟଟକଙ୍କ ଉଦ୍ଦେଶ୍ୟରେ ଖୋଲିଥାଏ ଶିମିଳିପାଳ ଅଭୟାରଣ୍ୟ । ତେବେ ଚଳିତ ବର୍ଷ ପାଖାପାଖି ଅଢେଇ କୋଟି ଟଙ୍କାର ରାଜସ୍ୱ ଆଦାୟ ହୋଇଥିବା ବନବିଭାଗ କହିଛି ।