ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର, ୧୭/୫: ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ଆଜି ପରଲୋକ ଘଟିଛି। କରୋନା ରେ ଆକ୍ରାନ୍ତ ହୋଇ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ ହରାଇଛନ୍ତି। ୫ ଦିନ ହେଲା ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ତାଙ୍କ ପରିବାର ଲୋକେ। ବହୁ ଲୋକପ୍ରିୟ ଓଡ଼ିଆ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ।