ଆରପାରିରେ ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକର

ନୂଆଦିଲ୍ଲୀ, ୬/୨: ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଦେହାନ୍ତ ହୋଇଛି। ସେ ୨୯ଦିନ ହେଲା ଭେଣ୍ଟିଲେଟରରେ ଥିଲେ ।କରୋନାରେ ସଂକ୍ରମିତ ହେବା ପରେ ଗତ ଜାନୁଆରୀ ୮ ତାରିଖରେ ତାଙ୍କୁ ମେଡିକାଲରେ ତାଙ୍କୁ ଭର୍ତି କରାଯାଇଥିଲା । ସେ କୋଭିଡ୍ ୧୯ ଏବଂ ନିମୋନିଆ ରୋଗରୁ ସୁସ୍ଥ ହୋଇଥିଲେ । କିନ୍ତୁ ପରେ ପୁଣି ଥରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡ଼ି ଯାଇଥିଲା ।

ଲତା ମଙ୍ଗେସକର ମଧ୍ୟ ପ୍ରଦେଶର ଇନ୍ଦୋରରେ ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ପରିବାର ଭରଣପୋଷଣ ନିମନ୍ତେ ସେ ୧୯୪୨ରୁ ସଙ୍ଗୀତ ଜୀବନ ଆରମ୍ଭ କଲେ ।