ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ରୋକିବାକୁ ସନ୍ଧାନୀ କୁକୁର ନିୟୋଜିତ

ଭୁବନେଶ୍ୱର,୨୮/୦୮ : ଜଙ୍ଗଲ ଜଗିବେ ସନ୍ଧାନୀ କୁକୁର। ଓଡ଼ିଶାରେ ଥିବା ଅଭୟାରଣ୍ୟ ତଥା ସଂରକ୍ଷିତ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ରୋକିବାକୁ ସନ୍ଧାନୀ କୁକୁର ନିୟୋଜିତ ହେବେ। ଏ ସମ୍ପର୍କରେ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ଶିକାର ପାଇଁ ପକାଯାଇଥିବା ବମ୍, ବିଛା ଯାଇଥିବା ତାର ବା ଜନ୍ତା ବି ସନ୍ଧାନ କରିବ। ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜ୍ୟର ୫ଟି ବନ୍ୟପ୍ରାଣୀ ବନଖଣ୍ଡରେ ୧୦ଟି ତାଲିମପ୍ରାପ୍ତ ସନ୍ଧାନୀ କୁକୁର ନିୟୋଜିତ କରିବାକୁ ବନ ବିଭାଗ ନିଷ୍ପତ୍ତି ନେଇଛି। ଏହି ୫ ବନଖଣ୍ଡ ହେଲା ଶିମିଳିପାଳ, ସାତକୋଶିଆ, ଡେବ୍ରିଗଡ଼, ହିନ୍ଦୋଳ ଓ ଆଠଗଡ଼। ଏଥିପାଇଁ ସର୍ବଭାରତୀୟ ସ୍ତରରେ ଟେଣ୍ଡର ଆହ୍ବାନ କରାଯିବ। ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ସଂସ୍ଥା ଏଥିରେ ସାମିଲ୍ ହୋଇ ସନ୍ଧାନୀ କୁକୁର ଯୋଗାଇବା ଓ ସେମାନଙ୍କୁ ତାଲିମ୍ ଦେବା ଭଳି କାର୍ଯ୍ୟ କରିବେ।