ଆସନ୍ତାକାଲି ଶ୍ରାବଣର ପ୍ରଥମ ସୋମବାର, କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର,୯/୭:ଆସନ୍ତାକାଲି ଶ୍ରାବଣ ମାସର ପ୍ରଥମ ସୋମବାର । ଏକାମ୍ରକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବ। ଚଳିତବର୍ଷ ଯୋଡ଼ା ଶ୍ରାବଣ ପଡ଼ୁଥିବାରୁ ଦୁଇ ମାସ ଧରି ଲାଗି ରହିବ ଶ୍ରାବଣର ଉତ୍ସାହ । ଏଥିପାଇଁ ଲିଙ୍କରାଜ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ନୀତି ନିର୍ଘଣ୍ଟ ହୋଇଛି। ଯୋଡ଼ା ମାସ ହୋଇଥିବାରୁ ୧୦ ତାରିଖ, ୧୭ ତାରିଖ ଏବଂ ଅଗଷ୍ଟ ମାସର ୨୧ ଏବଂ ୨୮ ତାରିଖ ଲିଙ୍କରାଜଙ୍କ ପାଖରେ ଜଳ ଲାଗିର ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । ଭୋର ୩ଟାରୁ ମନ୍ଦିର ଦ୍ୱାର ଫିଟା, ସାଢ଼େ ୩ଟାରେ ଆଳତି, ଅବକାଶ ନୀତି ପରେ ୪ଟା ସୁଦ୍ଧା ସାହାଣ ମେଳା ଦର୍ଶନ ବ୍ୟବସ୍ଥା ହୋଇଛି । ତେବେ କାଉଡ଼ିଆ ପାଣି ଢାଳିବା ପର୍ଯ୍ୟନ୍ତ ସାହାଣ ଦର୍ଶନ ହୋଇପାରିବ ।ଶ୍ରାବଣର ପ୍ରଥମ ସୋମବାରକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି କରିଛି କମିଶନରେଟ୍ ପୁଲିସ ।