ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ : ଏସଆରସି

ଭୁବନେଶ୍ୱର,୧୭/୮: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ ଆହୁରି ୪ ଦିନ ଏମିତି ବନ୍ୟା ସ୍ଥିତି ଲାଗି ରହିବ । ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ଏହି ବନ୍ୟା ଦ୍ୱାରା ମହାନଦୀ ସିଷ୍ଟମରେ ଗତକାଲି ଦୁଇଟି ଘାଇ ହୋଇଥିଲା । ଆଜି ଆଉ ଦୁଇଟି ଘାଇ ହୋଇଛି । ମୋଟ ୪ଟି ଘାଇ ହୋଇଛି । ୨୦୧୧ ପରେ ରାଜ୍ୟରେ ଏଭଳି ବନ୍ୟା ହୋଇଛି । ବର୍ତ୍ତମାନ ଘଣ୍ଟାକୁ ୧୭ ହଜାର କ୍ୟୁସେକ ପାଣି ମୁଣ୍ଡୁଳିରୁ ଖସୁଛି । କିଛି ସମୟ ପରେ ଘଣ୍ଟାକୁ ୨୫ ହଜାର କୁସେକକୁ ଖସିବ । ତେବେ ହୀରାକୁଦ ଡ୍ୟାମର ବନ୍ୟା ଜଳ ମୁଣ୍ଡୁଳିଠାରେ ଆସନ୍ତାକାଲି ସକାଳୁ ପହଂଚିବ । ପ୍ରାୟ ୯ରୁ ୧୦ଲକ୍ଷ କୁସେକ ପାଣି ପାସ କରିବ ।

କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ବନ୍ୟା ଦ୍ୱାର ପ୍ରଭାବିତ ହୋଇଥିବାବେଳେ ଜଗତସିଂହପୁର ଓ ପୁରୀ ଜିଲ୍ଲା ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି । ଆଜି ଓଡ୍ରାଫ, ଏନଡିଆରଏଫ, ଫାୟାର ସର୍ଭିସ ଅତିରିକ୍ତ ଟିମ ପଠାଯାଇଛି । ଆଗାମୀ ବର୍ଷାକୁ ଦେଖି କେନ୍ଦୁଝର, ଭଦ୍ରକ ଓ ଯାଜପୁରକୁ ସତର୍କ ରହିବା ପାଇଁ କୁହାଯାଇଛି ।