ଦୀଘା ନିକଟରେ ସ୍ଥଳଭାଗ ଅତିକ୍ରମ କଲା ଅବପାତ

ଭୁବନେଶ୍ୱର,୧୯/୮: ବନ୍ୟା ସ୍ଥିତି ଓ ତାର ମୁକାବିଲା ପ୍ରସ୍ତୁତି ନେଇ SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ସ୍ଥଳଭାଗ ଅତିକ୍ରମ କରିଛି । ପଶ୍ଚିମବଙ୍ଗର ଦୀଘା ନିକଟରେ ଏହା ସ୍ଥଳଭାଗ ଅତିକ୍ରମ କରିଛି । ଏବେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଏହାର ପ୍ରଭାବରେ ଉତ୍ତର ବାଲେଶ୍ୱରରେ ବର୍ଷା ଲାଗି ରହିଛି । ସେହିଭଳି ମୟୂରଭଞ୍ଜ ଓ ଭଦ୍ରକରେ ମଧ୍ୟ ବର୍ଷା ଜାରି ରହିଛି । ଆସନ୍ତାକାଲି ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ହେବ ବୋଲି SRC ସୂଚନା ଦେଇଛନ୍ତି । ଏମିତିକି ଜିଲ୍ଲାପାଳମାନଙ୍କୁ ଏନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି । ବାଲେଶ୍ୱରକୁ ୨ NDRF ଓ ୨ଟି ଓଡ୍ରାଫ୍ ଟିମ୍ ପଠାଯାଇଛି । ବାଲେଶ୍ୱରରେ ୩ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ତଳିଆ ଅଞ୍ଚଳରୁ ଅଧିକାଂଶ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା SRC ସୂଚନା ଦେଇଛନ୍ତି।