ଜ୍ୱରରେ କମ୍ପୁଛନ୍ତି ଶ୍ରୀଜୀଉ, ଅଣସରରେ ଚାଲିଛି ଗୁପ୍ତସେବା

ଭୁବନେଶ୍ୱର,୨୫/୦୬: ଜ୍ୱରରେ କମ୍ପୁଛନ୍ତି ଶ୍ରୀଜୀଉ। ଆଜି ମହାପ୍ରଭୁଙ୍କ ଅନବସରର ତୃତୀୟ ଦିନ । ଅଣସର ଘରେ ମହାପ୍ରଭୁଙ୍କ ଓଦା ଲୁଗା ଓଲାଗି କରି ଶୁକ୍ଳ ଲୁଗା ଓ ଶୁକ୍ଳ ରଙ୍ଗର ଫୁଲ ଲାଗି ନୀତି ସମ୍ପର୍ଣ୍ଣ କରୁଛନ୍ତି ଦଇତାପତି ସେବାୟତ । ବୈଦ୍ୟରାଜଙ୍କ ପରାମର୍ଶକ୍ରମେ ଅସୁସ୍ଥ ମହାପ୍ରଭୁଙ୍କୁ କ୍ଷୀର, ସର, ଛେନା ଓ ରାବିଡ଼ି ସହ ଆମ୍ବ, କଦଳୀ, ପଣସ ଆଦି ଭୋଗ କରାଯାଉଛି । ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପଟି ଦିଅଁଙ୍କ ପୂଜାର୍ଚ୍ଚନା ଶ୍ରୀଜିଉଙ୍କ ଅଣସର ସମୟରେ ହିଁ ଏହି ପଟି ଦିଆଁ ପୂଜା ପାଇଥାନ୍ତି । ଅଣସର ପରେ ପଟି ଦିଅଁଙ୍କୁ ବିସର୍ଜନ କରାଯିବାର ପରମ୍ପରା ରହିଛି । ସେପଟେ ତୃତୀୟ ଦିନରେ ଅଲାରନାଥଙ୍କ ପୀଠରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ରତ୍ନବେଦୀରେ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ଭକ୍ତ ଏବେ ବ୍ରହ୍ମଗିରି ଅଲାରନାତଙ୍କ ଦର୍ଶନ କରୁଛନ୍ତି ।