ଆଜି ହେବ ମହାପ୍ରଭୁଙ୍କ ବନକଲାଗି ନୀତି, ୫ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ୱର,୯/୮: ବହୁ ଅପେକ୍ଷାର ଘଟିଲା ଅନ୍ତ। ଶ୍ରୀମନ୍ଦିରରେ ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ତଥା ୫ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରାୟ ଏକ ମାସ ପରେ ପରେ ଶ୍ରୀଜିଉଙ୍କ ବନକଲାଗି ନୀତି କରାଯିବ ।

ସୂଚନାଯୋଗ୍ୟ ଯେ ଶ୍ରୀମନ୍ଦିର ପ୍ରଶାସନ ଓ ଦତମହାପାତ୍ର ସେବାୟତଙ୍କ ମଧ୍ୟରେ ସମନ୍ୱୟର ଅଭାବ ଯୋଗୁଁ ବନକଲାଗି ନୀତି ହୋଇପାରିନଥିଲା ।ବୁଧବାର ବନକଲାଗି କରିବା ପାଇଁ ପ୍ରଶାସନ କହୁଥିବା ବେଳେ ଗୁରୁବାର ନୀତି କରିବା ପାଇଁ ଦାବି କରିଥିଲେ ଦତମହାପାତ୍ର ସେବାୟତ ।