ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ

ପୁରୀ,୧/୦୯: ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ ।  ରୋଷଘର ଦର୍ଶନ, ରୋହିଣୀ କୁଣ୍ଡରୁ ଜଳ ସଂଗ୍ରହ, କୋଇଲି ବୈକୁଣ୍ଠ ଦର୍ଶନ, ଶ୍ରୀଗୁଣ୍ଡିଚା ମନ୍ଦିର ଦର୍ଶନ, ନରେନ୍ଦ୍ରରେ ସଂକଳ୍ପ କରିବା ଆଦି ଉପରେ ଦେୟ ଆଦାୟ ହେବ । ଶ୍ରୀମନ୍ଦିର ପ୍ରଶାସନ ଏହି ସ୍ଥାନରୁ କରୋନା ପରେ ଶୁଳ୍କ ଆଦାୟ ବନ୍ଦ କରିଦେଇଥିଲା । ଏବେ ଶ୍ରୀମନ୍ଦିର ପ୍ରଶାସନ ଏହି ତୀର୍ଥ ଓ ପବିତ୍ର ସ୍ଥଳ ଗୁଡ଼ିକୁ ଟେଣ୍ଡର କରି ଶୁଳ୍କ ଆଦାୟ କରିବାକୁ ନିଷ୍ପତ୍ତି ନେଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏକ ଏସଓପି ତିଆରି କରିବ ।