ଆଜି ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଭୁବନେଶ୍ୱର,୧୧/୦୧: ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶେଷ ହେବ। ଏହା ପୂର୍ବରୁ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ପରିଚାଳନା କମିଟି ବୈଠକ ବସିବ । ଏଥିରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଓ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମ୍ପକରେ ଆଲୋଚନା ହେବ । ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ସମଙ୍ଗ ବଲ୍ଲଭ ପାର୍କିଂ, ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂ, ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ବିଶାଳ ସଭା ପାଇଁ ପ୍ରଶାସନିକ ଆୟୋଜନ କରାଯାଇଛି । ଏଥିପାଇଁ ରାଜ୍ୟ ବାହାର କମ୍ପାନୀକୁ ଜର୍ମାନ ହ୍ୟାଙ୍ଗର ଶିବିର ନିର୍ମାଣ ଦାୟିତ୍ୱ ଦିଆଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୬୦ଟି ବସରେ ଲୋକଙ୍କୁ କାର୍ଯ୍ୟକ୍ରମକୁ ଅଣାଯିବ । କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ସହ ହେଲିପ୍ୟାଡ୍ ମଧ୍ୟ ପ୍ରସ୍ତୁତ କରାଯାଇଛି । ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ବିଭିନ୍ନ ପ୍ରକଳ୍ପ ଉଦଘାଟନ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ୫୦ ପ୍ଲାଟୁନରୁ ଅଧିକ ଫୋର୍ସ ଓ ୩୦ରୁ ଅଧିକ ଅଫିସର ମୁତୟନ ହେବେ । ସେହିପରି ସାଦା ପୋଷାକରେ ମଧ୍ୟ ପୋଲିସର ଗୁଇନ୍ଦା ଟିମ୍ ଜନଗହଳି ଅଂଚଳରେ ପଇଁତରା ମାରିବେ ।