ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳା ପାଇଁ ପଦକ୍ଷେପ, ମୁତୟନ ହେଲେ ଅବସରପ୍ରାପ୍ତ ସେନା କର୍ମଚାରୀ

ଭୁବନେଶ୍ୱର,୧/୦୯: ପ୍ରଥମଥର‌ ପାଇଁ ପୁରୀ ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳା ଆଣିବା ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ଆନନ୍ଦ ବଜାରରେ ମୁତୟନ ହେଲେ ଅବସରପ୍ରାପ୍ତ ସେନା କର୍ମଚାରୀ। ଆନନ୍ଦ ବଜାରରେ ବିଶୃଙ୍ଖଳାକୁ ରୋକିବା ପାଇଁ ଏହି କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଦୁଇଟି ସିଫ୍ଟରେ ଡ୍ୟୁଟି କରିବେ ୨୦ ଜଣ କର୍ମଚାରୀ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି।