ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର,୧୯/୦୨: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଦୂତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହି ସ୍ୱତନ୍ତ୍ର ନୀତି ଯୋଗୁ ଆଜି ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ଅର୍ଥାତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ।  ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Leave a Reply

Your email address will not be published. Required fields are marked *