ଆସନ୍ତା ୧୦ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ

ଭୁବନେଶ୍ୱର, ୭/୧: ରାଜ୍ୟରେ ଏବେ ଦିନକୁ ଦିନ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ତେଣୁ ସବୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛତିଶା ନିଯୋଗ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜାନୁଆରୀ ୧୦ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର ।  ସେବାୟତଙ୍କ ପ୍ରସ୍ତାବକ୍ରମେ ଏନେଇ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ବନ୍ଦ  ଥିଲେ ମଧ୍ୟ ନୀତିକାନ୍ତି ପୂର୍ବଭଳି ଜାରି ରହିବ ।