ସବୁ ଅପେକ୍ଷାର ଘଟିଲା ଅନ୍ତ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭/୦୧: ସବୁ ଅପେକ୍ଷାର ଘଟିଲା ଅନ୍ତ ।ଶ୍ରୀକ୍ଷେତ୍ର ଐହିହ୍ୟରେ ଯୋଡି ହେଲା ସ୍ୱର୍ଣ୍ଣିମ ଫର୍ଦ୍ଦ ।ଆଜି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଜପତି ମହାରାଜଙ୍କ ଉପସ୍ଥିତିରେ ଲୋକାର୍ପଣ କରିଛନ୍ତି । ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବରେ ଆଜି ରଥଯାତ୍ରା ଭଳି ପୁରୀକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏଥିପାଇଁ ହୋଇଛି ଭବ୍ୟ ଆୟୋଜନ। ଲୋକାର୍ପଣ ଲାଗି ଆଲୋକମାଳା ଓ ଅନ୍ୟାନ୍ୟ ସାଜସଜାରେ ଝଟକୁଛି ଶ୍ରୀମନ୍ଦିର ସହ ପରିକ୍ରମା ପ୍ରକଳ୍ପ।ସିଂହଦ୍ବାରରେ ରଙ୍ଗବେରଙ୍ଗର ପାରମ୍ପରିକ ଝୋଟି କଳା ବି ଆକର୍ଷଣକୁ ଦ୍ବିଗୁଣିତ କରି ଦେଉଛି।ଏହାସହ ୩ଦିନ ଧରି ଚାଲିଥିବା ମହାଯଜ୍ଞଙ୍କରେ ପୂର୍ଣ୍ଣାହୁତି ଦେଇଛନ୍ତି ଗଜପତି । ପରେ ସଭାସ୍ଥଳକୁ ଯାଇ ନିମନ୍ତ୍ରିତ ସାଧୁସନ୍ଥ ଏବଂ ଅତିଥି ମାନଙ୍କୁ ଉଭୟ ଗଜପତି ମହାରାଜ ଏବଂ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।