ଜାନୁଆରୀ ୧୭ରେ ପୁରୀ ପରିକ୍ରମା ପ୍ରକଳ୍ପର ହେବ ପ୍ରତିଷ୍ଠା

ଭୁବନେଶ୍ୱର,୩/୧୧: ଜାନୁଆରୀ ୧୭ରେ ପୁରୀ ପରିକ୍ରମା ପ୍ରକଳ୍ପର ହେବ ପ୍ରତିଷ୍ଠା । ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଜାନୁଆରୀ ୧୭ରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବାକୁ ଥିବା ବେଳେ ଜାନୁଆରୀ ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହେବ । ୫ ଦିନ ହୋମଯଜ୍ଞ ହେବା ପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ । ୫ ଦିନ ଧରି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ ।ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂର୍ବରୁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହଦେବ ।