ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୬/୫: ବଢ଼ିଲା ବାତ୍ୟା ଆଶଙ୍କା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୮ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ସାମୁଦ୍ରିକ ଝଡର ରୂପ ନେବ । ଗତିପଥ କ’ଣ ହେବ ଲଘୁଚାପ ହେଲା ପରେ ଜଣାପଡିବ । ଭାରତୀୟ ପାଣିପାଗ ଏ ନେଇ ପୂର୍ବାନୁମାନ କରିଛି ।
ପ୍ରାୟ ସମସ୍ତ ମଡେଲ୍ ଅତି ଭୀଷଣ ସାମୁଦ୍ରିକ ଝଡ଼ ହୋଇପାରେ ବୋଲି ଆକଳନ କରୁଛି । ଯଦିଓ ମଡେଲର ଆକଳନ ବାରମ୍ବାର ବଦଳିଥାଏ, କିନ୍ତୁ ବର୍ତମାନର ଚିତ୍ର ଦର୍ଶାଉଛି ମିଆଁମାର ମୁହାଁ ହୋଇପାରେ ବାତ୍ୟା । କିନ୍ତୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ତୀବ୍ରତା ଓ ଗତିପଥ ନେଇ ସ୍ପଷ୍ଟ ଚିତ୍ର ଆସିବ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ । ମେ’ ମାସରେ ବାତ୍ୟା ବାରମ୍ବାର ଆସୁଥିବାରୁ ଓଡ଼ିଶାବାସୀମାନେ ଭୟଭୀତ ହୋଇପଡିଛନ୍ତି । ସମୁଦ୍ର ଭିତରର ସ୍ଥିତି ଏବେ ଯାହା ରହିଛି, ତାହା ବାତ୍ୟା ପାଇଁ ଅନୁକୂଳ ରହିଛି ।