ଆସନ୍ତା ୯ରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର,୨୯/୦୯: : ଆଗାମୀ ଅକ୍ଟୋବର ୯ ତାରିଖରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଏହି ଅର୍ଥ। ଆସନ୍ତା ୭ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିଥିବା ମହିଳାଙ୍କୁ ଏହି ଟଙ୍କା ଦିଆଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ଏହାର ଶୁଭାରମ୍ଭ କରିବେ ବୋଲି ସେ ସୂଚନା ଦେଇଛନ୍ତି।ଉଲ୍ଲେଖଯୋଗ୍ୟ, ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଉଦ୍‌ଘଶଟନୀ ଅଧିବେଶନ ପରେ ଦ୍ୱିତୀୟ ଅଧିବେଶନରେ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧରେ ଉପସ୍ଥାପନା କରାଯାଇଥିଲା। ‘ସୁଭଦ୍ରା’ ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସେ ସମସ୍ତ ଜିଲ୍ଲାପାଳକୁ ଧନ୍ୟବାଦ ଜଣାଇଥିଲେ। ଏଥିରେ ଦର୍ଶାଯାଇଥିଲା ଯେ ଅଦ୍ୟାବଧି ଛପା ଯାଇଥିବା ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ସୁଭଦ୍ରା ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭ ଲକ୍ଷ ୧ ହଜାର ୫୫ ଫର୍ମ ବଣ୍ଟନ କରାଯାଇଛି।

Leave a Reply

Your email address will not be published. Required fields are marked *