ଭୁବନେଶ୍ୱର,୨୧/୦୨: ଏବେ ସୁଭଦ୍ରା ଯୋଜନା ପରେ ମହିଳା ମାନଙ୍କ ପାଇଁ ସରକାର ଆଣିଛନ୍ତି ସୁଭଦ୍ରା ଶକ୍ତି ମେଳା । ଏହି ମେଳା ରେ ମିଶନ ଶକ୍ତି ମାଆ ମାନେ ଯୋଗ ଦେବେ । ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି । ଆସନ୍ତାକାଲି ଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫ ।ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସ୍ଵୟଂ ସହାୟିକା ମହିଳା ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ମାନଙ୍କ ଦ୍ଵାରା ପ୍ରଦତ୍ତ ସାମଗ୍ରୀର ପ୍ରଦର୍ଶନୀ ଓ ବିକ୍ର ହେବ । ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଏହି ପ୍ରଦର୍ଶନୀ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀ ହେବ । ମିଲେଟ୍ ଭିତ୍ତିକ ଖାଦ୍ୟ ସହ ମହିଳାଙ୍କ ହାତ ତିଆରି ଖାଦ୍ୟ ପଦାର୍ଥ ଖାଇବାକୁ ମିଳିବ । ଏହା ସହ ରାଜ୍ୟବ୍ୟାପୀ ଅଂଶଗ୍ରହଣ ଓ ସମସ୍ତଙ୍କ ନିକଟରେ ପହଞ୍ଚିବା ପାଇଁ ଆଞ୍ଚଳିକ ମେଳା ଆୟୋଜନ ହେବ ।