୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୮/୦୨: ଆଜି ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା  ।  ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଯାଇଛି । ଯାଜପୁରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ‘ସୁଭଦ୍ରା’ ହିତାଧିକାରୀଙ୍କ ସଂଖ୍ୟା ୯୮ ଲକ୍ଷ ଟପିବ ବୋଲି ଆଶା କରାଯାଉଛି । ଏହାସହ ଯେଉଁମାନେ ଏନ୍‌ପିସିଆଇରେ ରହିଯିବେ, ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସମ୍ବଲପୁରରେ ସୂଚନା ଦେଇଥିଲେ ।

Leave a Reply

Your email address will not be published. Required fields are marked *