ଆକାଉଣ୍ଟକୁ ଆସିଲା ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର,୦୯/୧୦ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆକାଉଣ୍ଟକୁ ଆସିଛି। ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅକ୍ଟୋବର ୭ ତାରିଖ ସୁଦ୍ଧା ଆବେଦେନ କରିଥିବା ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିଛି। ଏନ୍ସିପିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ପଠାଯାଇଛି। ସୁଭଦ୍ରା ଯୋଜାନାରେ ଏପର୍ଯ୍ୟନ୍ତ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି । ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ସୂଚନା ପାଇଁ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କଲେ ଜାଣି ପାରିବେ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆଧାରର ଜେରକ୍ସ ସହ ରାସନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ସଠିକ ଭାବେ ହୋଇଥିଲେ ଟଙ୍କା ଆସିବ।

Leave a Reply

Your email address will not be published. Required fields are marked *