ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, ୨୬/୦୬: ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାରର ତୁରନ୍ତ ମରାମତି ଏବଂ ରକ୍ଷଣାବେକ୍ଷଣ ପାଇଁ ପତ୍ନତତ୍ତ୍ୱ ବିଭାଗକୁ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି । ଭିତର ରତ୍ନଭଣ୍ଡାର ସ୍ଥିତି ଉଦବେଗଜନକ ଅଛି । ଆଗକୁ ବର୍ଷା ଋତୁ ଆସୁଥିବାରୁ ତୁରନ୍ତ ମରାମତିର ଆବଶ୍ୟକତା ଥିବା ଚିଠିରେ ଉଲ୍ଲେଖ କରିଛନ୍ତି ।ରତ୍ନଭଣ୍ଡାର କାନ୍ଥ, ଛାତ, ପୁରା ବେସମେଣ୍ଟରେ ଫାଟ ଦେଖିବାକୁ ମିଳିଛି । ୬ ବର୍ଷ ତଳେ ଏହି ଫାଟ ଦେଖାଯାଉଥିବା ଏବେ ସ୍ଥତି ଆହୁରୀ ଜଟିଳ ହେବାର ସମ୍ଭାବନା ରହିଛି । କିନ୍ତୁ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ଗୁରୁତ୍ୱପୂର୍ଣ ପ୍ରସଙ୍ଗରେ ଆଲୋଚନା ନହେବା ଦୁଃଖର ବିଷୟ । ତେଣୁ ଘଟଣାକୁ ଗୁରୁତ୍ୱର ସହ ନେଇ ଯଥାଶୀଘ୍ର ମରାମତି କାର୍ଯ୍ୟ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି ସୁଦର୍ଶନ ପଟ୍ଟନାୟକ ।