୯ ଜିଲ୍ଲାରେ ଅନୁଭୂତ ହେବ ଅସହ୍ୟ ତାତି

ଭୁବନେଶ୍ୱର,୧୦/୬:ରାଜ୍ୟରେ ନାକେଦମ କରୁଛି ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ସକାଳ ସାଢ଼େ ୫ଟା ସୁଦ୍ଧା ରାଜଧାନୀର ତାପମାତ୍ରା ୩୦.୨ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ରାଜଧାନୀରେ ଆର୍ଦ୍ରତା ରହିଛି ୯୬ ପ୍ରତିଶତ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ଅସହ୍ୟ ତାତି ଅନୁଭୂତ ହେବ । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ସୁନ୍ଦରଗଡ଼, ବଲାଙ୍ଗୀର, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ରାଜ୍ୟରେ ଦିନ ତାପମାତ୍ରାରେ ଆଗାମୀ ୫ ଦିନ ଯାଏଁ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୩ରୁ ୪ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ ।