ମହାପ୍ରଭୁଙ୍କ ସୁନାବେଶ ପାଇଁ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା

ଭୁବନେଶ୍ୱର, ୧୬/୦୭: ଆସନ୍ତାକାଲି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ । ରଥରେ ସୁନାବେଶ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ହେବ । ଏନେଇ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି । ପୂର୍ବଭଳି ମେଡିକାଲ ଛକରୁ ଚାଲି ଚାଲି ଯିବେ ଭକ୍ତ । ଏଥିପାଇଁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ମେଡିକାଲ ଛକରୁ ଶ୍ରୀମନ୍ଦିର ମଧ୍ୟରେ ବଡଦାଣ୍ଡକୁ ସଂଯୋଗ କରୁଥିବା ରାସ୍ତାକୁ ସିଲ କରାଯାଇଛି । ଆବଶ୍ୟକ ପଡିଲେ ଶ୍ରୀମାର୍ଗକୁ ବ୍ୟବହାର କରାଯିବ । ଅଧିକ ଭିଡ଼ ହେଲେ ଲୋକଙ୍କୁ ବାହାର କରିବା ପାଇଁ ସିଲ ହୋଇଥିବା ରାସ୍ତାକୁ ମଧ୍ୟ ବ୍ୟବହାର କରାଯିବ ବୋଲି କହିଛନ୍ତି ପୁରୀ ଏସପି ପିନାକ ମିଶ୍ର ।