ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜୀଉ

ପୁରୀ, ୨୧/୭: ଆଜି ମହାପ୍ରଭୁଙ୍କ ପବିତ୍ର ସୁନାବେଶ। ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜୀଉ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତିକାନ୍ତି ସ୍ଥିର ହୋଇଛି । ନିର୍ଦ୍ଧାରିତ କରାଯାଇଥିବା ସମୟ ପୂର୍ବରୁ ସକାଳ ୬ଟାରେ ମଙ୍ଗଳ ଆଳତି, ୬ଟା ୩୦ ମଇଲମ ତଡପ ଲାଗି ହୋଇଛି । ସକାଳ ୭ଟାରେ ତଡପ ଲାଗି, ୮ଟାରେ ଅବକାଶ, ସକାଳ ୯ଟାରେ ବେଶ ଶେଷ ନୀତି ଅନୁଷ୍ଠିତ ହୋଇଛି । ଦିନ ୧୦ଟାରୁ ସାଢେ ୧୦ଟେର ଗୋପାଳ ବଲ୍ଲଭ ବେଶ, ଅପରାହ୍ନ ୨ଟାରେ ମଧ୍ୟାହ୍ନ ଧୁପ ମହାପ୍ରଭୁଙ୍କୁ ଲାଗି କରାଯିବ । ସାଢେ ୩ଟାରେ ଶାଢୀ ଖଣ୍ଡୁଆ ଲାଗି ଓ ସନ୍ଧ୍ୟା ଆଳତୀ ପରେ ଅପରାହ୍ନ ୪ଟାରୁ ସୁନାବେଶ ଆରମ୍ଭ ହେବ ବୋଲି ସୂଚନା ରହିଛି।