ମହାପ୍ରଭୁଙ୍କ ସୁନାବେଶ, ଜାଣନ୍ତୁ ଏମିତି କେତେ ଥର ଏହି ବେଶରେ ଦର୍ଶନ ଦିଅନ୍ତି ଶ୍ରୀଜୀଉ?

ଭୁବନେଶ୍ୱର,୧୭/୦୭: ଆଜି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହୋଇଛନ୍ତି ଶ୍ରୀଜୀଉ । ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଲେ ତିନି ଠାକୁର । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହେଇସାରିଛି । ଅପରାହ୍ନ ୫ଟାରୁ ବେଶ ଆରମ୍ଭ ହେବାକୁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ, ରାତି ୧୧ଟା ପର୍ଯ୍ୟନ୍ତ ସୁନାବେଶ ଦର୍ଶନ ଚାଲିବ ।

ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା) ଦିନ ଅନୁଷ୍ଠିତ ହୋଇଥାଏ । ଏଥିମଧ୍ୟରୁ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ମହାପ୍ରଭୁ ।