ବିଜେପିରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ଭୁବନେଶ୍ୱର,୬/୧୧: ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ସୁନନ୍ଦା। ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଜେଡି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସୁନନ୍ଦା । ମାତ୍ର ଏହି ନିର୍ବାଚନରେ ତାଙ୍କୁ ଟିକେଟ ଦେଇ ନ ଥିଲା ଦଳ। ଦଳରେ ଅଣଦେଖା ହେଉଥିବା ଅଭିଯୋଗ ଆଣି ଗତ ୨୯ ତାରିଖରେ ବିଜେଡି ଛାଡ଼ିଥିଲେ ସୁନନ୍ଦ। । ତାଙ୍କ ସହ ଏକାଧିକ ସରପଞ୍ଚ ଓ ସମିତି ସଭ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଜଗତସିଂହପୁର, ଭଦ୍ରକ, ନୟାଗଡ, କଟକ ଓ ଯାଜପୁର ଜିଲ୍ଲାର ବ୍ଲକ ଓ ପଞ୍ଚାୟତ ସ୍ତରର ନେତା ବିଜେପିରେ ସାମିଲ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *