ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୩/୦୭: ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇଛି। ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ  ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି । ଏହା ଆଜିଠୁ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି । ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ୧୩୧୧ ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫ‌ିକେଟ୍ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି । ଆଜି  ପରୀକ୍ଷାର୍ଥୀମାନେ ଶୃଙ୍ଖଳିତ ଢଙ୍ଗରେ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା  ସୂଚନା ରହିଛି।