ଶପଥ ନେଲେ ସୁପ୍ରିମକୋର୍ଟର ୫ ନୂଆ ବିଚାରପତି

ନୂଆଦିଲ୍ଲୀ,୬/୨: ନବ ନିଯୁକ୍ତ ୫ଜଣ ବିଚାରପତିଙ୍କୁ ଆଜି ସୁପ୍ରିମ୍‌ କୋର୍ଟ ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ଶପଥ ପାଠ କରାଇଛନ୍ତି। ଆଜି ଶପଥ ଗ୍ରହଣ କରିଥିବା ନୂଆ ବିଚାରପତିମାନେ ହେଲେ, ଜଷ୍ଟିସ୍‌ ପଙ୍କଜ ମିଥଲ୍‌, ଜଷ୍ଟିସ୍‌ ସଞ୍ଜୟ କରୋଲ୍‌, ଜଷ୍ଟିସ୍‌ ପି. ଭି. ସଞ୍ଜୟ କୁମାର, ଜଷ୍ଟିସ୍‌ ଅସାନୁଦ୍ଦୀନ ଅମନୁଲ୍ଲା ଏବଂ ଜଷ୍ଟିସ୍‌ ମନୋଜ ମିଶ୍ର। ଦୁଇ ଦିନ ପୂର୍ବେ କେନ୍ଦ୍ର ସରକାର ସେମାନଙ୍କୁ ନିଯୁକ୍ତି ଦେଇଥିଲେ। ଏଥିପାଇଁ ଆଇନ ଓ ନ୍ୟାୟ ମନ୍ତ୍ରାଳୟ ଶନିବାର ଦିନ ବିଜ୍ଞପ୍ତି ଜାରି କରିଥିଲା। ତା’ପୂର୍ବରୁ ଗତବର୍ଷ ଡିସେମ୍ବର ମାସରେ ସୁପ୍ରିମ୍‌କୋର୍ଟର କଲିଜିୟମ୍‌ ଏହି ବିଚାରପତିମାନଙ୍କ ନାମ ସୁପାରିସ କରି କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଥିଲେ।