ଧାରା ୩୭୦ ଉଚ୍ଛେଦ ମାମଲାର ଶୁଣାଣି ଶେଷ, ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୫/୦୯: ଜମ୍ମୁ-କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ମାମଲାର ଶୁଣାଣି ଶେଷ କରିଛନ୍ତି ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ପାଞ୍ଚ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଉଭୟ ପକ୍ଷର ଯୁକ୍ତିକୁ ୧୬ ଦିନ ଧରି ଶୁଣାଣି କରିଥିଲେ। ଆଜି ରାୟ ସଂରକ୍ଷିତ ରଖିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ।

ଅଗଷ୍ଟ ୫, ୨୦୧୯ରେ ସଂସଦରେ ଧାରା ୩୭୦ ଅଧୀନରେ ଜମ୍ମୁ-କଶ୍ମୀରକୁ ଦିଆଯାଇଥିବା ସ୍ୱତନ୍ତ୍ର ମାନ୍ୟତା ଉଚ୍ଛେଦ ପାଇଁ ଏକ ସଂକଳ୍ପ ପାରିତ ହୋଇଥିଲା। ରାଜ୍ୟକୁ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖରେ ବିଭକ୍ତ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଏହି ନିଷ୍ପତ୍ତିକୁ ୨୦ଟି ପିଟିସନ ଜରିଆରେ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା।