ମୁଖ୍ୟମନ୍ତ୍ରୀଙ୍କୁ କଂଗ୍ରେସ ବିଧାୟକ ତାରାଙ୍କ ପ୍ରଶଂସା

ଭୁବନେଶ୍ୱର,୩/୨: ବିକ୍ରମ ଦେବ କଲେଜର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ଆଜି ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରଶଂସା କରିଛନ୍ତି । କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦିଆଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହ ମଞ୍ଚରେ ବେଶ ଉତ୍ସାହିତ ଥିବା ଦେଖିବାକୁ ମିଳିଥିଲା । ନବୀନ ପଟ୍ଟନାୟକ ଜିନ୍ଦାବାଦର ନାରା ଦେଉଥିବା ଦେଖିବାକୁ ମିଳିଥିଲା । କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ଏଭଳି ପ୍ରଶଂସାକୁ ନେଇ ଚର୍ଚ୍ଚା ଜୋର ଧରିଛି ।