ଏସିଆ କପ୍ ୨୦୨୩ ପାଇଁ ଟିମ୍ ଇଣ୍ଡିଆ ଘୋଷିତ

ନୂଆଦିଲ୍ଲୀ,୨୧/୦୮: ଏସିଆ କପ୍ ୨୦୨୩ ପାଇଁ ଟିମ୍ ଇଣ୍ଡିଆ ଘୋଷଣା ହୋଇଛି। ବିସିସିଆଇ ଚୟନକର୍ତ୍ତାମାନେ ଦିଲ୍ଲୀରେ ଏକ ବୈଠକ ପରେ ଟୁର୍ଣ୍ଣାମେଣ୍ଟ ପାଇଁ ଏକ ୧୭ ଜଣିଆ ଦଳ ଘୋଷଣା କରିଛନ୍ତି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ଏସିଆ କପ୍ ଖେଳିବ। ୧୭ଜଣିଆ ଦଳରେ ଅଛନ୍ତି ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ), ବିରାଟ କୋହଲି, କେଏଲ୍ ରାହୁଲ (ୱିକେଟ କିପର), ଶ୍ରେୟସ ଆୟର, ରବୀନ୍ଦ୍ର ଜାଦେଜା, ଯଶପ୍ରୀତ ବୁମରା, ମହମ୍ମଦ ସାମି, ମହମ୍ମଦ ସିରାଜ, କୁଲଦୀପ ଯାଦବ, ଇଶାନ କିଶନ (ୱିକେଟ କିପର), ଅକ୍ଷର ପଟେଲ, ଶାର୍ଦ୍ଦୁଲ ଠାକୁର, ସୂର୍ଯ୍ୟକୁମାର ଯାଦବ, ତିଲକ ବର୍ମା, ପ୍ରସିଦ୍ଧ କ୍ରିଷ୍ଣା, ସଞ୍ଜୁ ସାମସନ।