ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବନ୍ତ ରେଡ୍ଡୀ

ନୂଆଦିଲ୍ଲୀ,୭/୧୨: ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି ରେବନ୍ତ ରେଡ୍ଡୀ । ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଏହି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ହୋଇଛି । ତେବେ ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନାର ରାଜ୍ୟପାଳ ରେବନ୍ତଙ୍କୁ ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ମଲ୍ଲିକାର୍ଜୁନଙ୍କ ଖଡଗେଙ୍କ ସମେତ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରୈମୟା, ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ସହିତ ତମାମ କଂଗ୍ରେସ ନେତା ଉପସ୍ଥିତ ରହିଥିଲେ । ରେବନ୍ତ ରେଡ୍ଡୀ ତେଲେଙ୍ଗାନା ପ୍ରଦେଶ କଂଗ୍ରେସର ସଭାପତି ଥିଲେ । ଆଉ ଏବେ ସେ ରାଜ୍ୟର ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ୨୦୧୩ ମସିହାରେ ତେଲେଙ୍ଗାନା ପ୍ରଦେଶ ଗଠନ ହେବା ପରେ ପ୍ରଥମ ଥର ପାଇଁ ଏଠି କଂଗ୍ରେସ ସତ୍ତା ହାସଲ କରିଛି । ଏଥିସହିତ ଭଟ୍ଟି ବିକ୍ରମାର୍କ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରେବନ୍ତ ରେଡ୍ଡୀଙ୍କ ସହିତ ୧୧ ଜଣ ମନ୍ତ୍ରୀ ଆଜି ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି ।