ତେଲେଙ୍ଗାନାରେ ଅଘଟଣ, ନିର୍ମାଣାଧୀନ ଟନେଲ ଭୁଶୁଡ଼ି ପଡ଼ିବାରୁ ଫସିଛନ୍ତି ୮ କର୍ମଚାରୀ

ନୂଆଦିଲ୍ଲୀ,୨୩/୦୨: ତେଲେଙ୍ଗାନା ନାଗରକୁରନୁଲ ଜିଲ୍ଲାରେ ନିର୍ମାଣାଧୀନ ଟନେଲ ଭୁଶୁଡ଼ି ପଡ଼ିବାରୁ ଫସି ରହିଛନ୍ତି ୮ କର୍ମଚାରୀ । ଏମାନଙ୍କୁ ଉଦ୍ଧାର ପାଇଁ ଜୋରଦାର ଚାଲିଛି ରେସ୍‌କ୍ୟୁ ଅପରେସନ୍। ରାତି ସାରା ଏସ୍‌ଡିଆରଏଫ୍ ଟିମ୍ ଉଦ୍ଧାର କାର୍ୟ୍ୟରେ ଲାଗିଥିଲେ ମଧ୍ୟ ଟନେଲ ଭିତରକୁ ଯିବା ସମ୍ଭବ ହୋଇନାହିଁ। ଟନେଲ୍ ଭିତରେ କାଦୁଅ ଭର୍ତ୍ତି ହୋଇଥିବାରୁ ଅନ୍ୟ ବାଟ ଦେଇ ଯିବା ପାଇଁ ଉଦ୍ୟମ କରାଯାଉଛି। ଭାରତୀୟ ସେନା ଓ ଏନ୍‌ଡିଆରଏଫ୍‌ର ମଧ୍ୟ ସହାୟତା ନିଆଯାଉଛି। ସୁଡଙ୍ଗ କାମ ଦୀର୍ଘ ଦିନ ଧରି ଅଟକି ରହିଥିଲା। ୪ ଦିନ ତଳେ ପୁଣି ଥରେ କାମ ଆରମ୍ଭ ହୋଇଥିଲା। ଏକ ଲିକ୍‌କୁ ମରାମତି କରିବା ପାଇଁ କିଛି ଶ୍ରମିକ ଓ ଇଞ୍ଜିନିୟର ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିଲା।