ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା!

ଭୁବନେଶ୍ୱର, ୧୨/୪: ରାଜ୍ୟରେ ଏବେ ଖରା ତାତି ବଢି ଚାଲିଛି। ଏହାରିମଧ୍ୟରେ ୧୭ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ନେଇ ଏସଆରସିଙ୍କ ଅଫିସ୍ ପକ୍ଷରୁ ସତର୍କତା ଜାରି କରାଯାଇଛି। ଆସନ୍ତାକାଲି ପାଇଁ ରାଜ୍ୟର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଉଛି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର। ସେହିପରି ୧୪ରୁ ୧୫ ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ପାଇଁ ସତର୍କ ସୂଚନା ଥିବା ବେଳେ ୧୫ରୁ ୧୭ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶା ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।